ଦ୍ଵାରଶୁଣୀ ଘାଟିରେ ଟ୍ରକ୍‌ ଦୁର୍ଘଟଣା: ସମବେଦନା ଜଣାଇଲେ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪ /୦୧/୨୦୨୪ (ଓଡ଼ିଶା ସମାଚାର )- ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ଦ୍ବାରଶୁଣୀ ଘାଟିରେ ଯାତ୍ରାପାଟି ‘ଧଉଳି ଗଣନାଟ୍ୟ’ର ଟ୍ରକ୍‌ ର ମର୍ମନ୍ତୁତ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ପ୍ରାୟ ୧୦ଜଣ ଗୁରୁତର ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜଣାଇବା ସହ ସହାୟତା ରାଶି ଘୋଷଣା କରିଛନ୍ତି ।

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ଦ୍ବାରଶୁଣୀ ଘାଟିରେ ଯାତ୍ରାପାଟି ‘ଧଉଳି ଗଣନାଟ୍ୟ’ର ଟ୍ରକ୍‌ ର ମର୍ମନ୍ତୁତ ଦୁର୍ଘଟଣାର ସାମ୍ନା କରିବା କାରଣରୁ ଅନେକ ଲୋକଙ୍କର ପ୍ରାଣହାନୀ ଘଟିଥିବା ବିଷୟରେ ଜାଣି ମୁଁ ଦୁଃଖିତ। ସଭିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ମୋର ଗଭୀର ସମବେଦନା ଜଣାଉଛି। ଏଥିସହ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ଗୁରୁତରମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *