ଭୁବନେଶ୍ୱର,୩୧/୧୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଶ୍ରୀମତୀ ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ଅପରାହ୍ନରେ ସେ ଏହି ଦାୟିତ୍ଵ ଗ୍ରହଣ କରିଛନ୍ତି । ଲୋକସେବା ଭବନରେ ମନୋଜ ଆହୁଜାଙ୍କ ଠାରୁ ସେ ଏହି ଦାୟିତ୍ଵ ଗ୍ରହଣ କରିଛନ୍ତି। ଶ୍ରୀମତୀ ଅନୁ ଗର୍ଗ ଓଡିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହୋଇଛନ୍ତି । ଦାୟିତ୍ଵ ଗ୍ରହଣ ପରେ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।
ଶ୍ରୀମତୀ ଅନୁ ଗର୍ଗ ହେଉଛନ୍ତି ୧୯୯୧ ବ୍ୟାଚ୍ ର ଆଇଏଏସ୍ ଅଫିସର । ମନୋଜ ଆହୁଜାଙ୍କର ମୁଖ୍ୟଶାସନ ସଚିବ ଭାବେ କାର୍ଯ୍ୟକାଳ ଆଜି ଶେଷ ହୋଇଛି । ୨୦୨୪ ଜୁଲାଇ ମାସରୁ ସେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେଇଥିଲେ ।
