ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର,୦୫/୦୧/୨୦୨୬ (ଓଡ଼ିଶା ସମାଚାର)-ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର  ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି  ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୫୫ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ  ୧୮୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୧୨ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୬୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।

୬୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ,  ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ, ଯାଜପୁର ଶ୍ରୀ ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ,ଶ୍ରୀ ହେମନ୍ତ କୁମାର ମହନ୍ତ,  ତହସିଲଦାର, ଯାଜପୁର ଶ୍ରୀ ରବି ନାରାୟଣ ପାଢ଼ୀ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ବିଜୟ କୁମାର ମିଶ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନରସିଂହ ଚୌଧୁରୀ ସ୍ଵୟଂଶାସିତ ମହାବିଦ୍ୟାଳୟର +୨ ୨ୟ ବର୍ଷର ଛାତ୍ର ରତ୍ନାକର ମଲ୍ଲିକ, ଗ୍ରାମ – କଚେରି, ବ୍ଲକ୍ – ଯାଜପୁର ଙ୍କୁ ଗୋଟିଏ ବ୍ଲାଇଣ୍ଡ ଷ୍ଟିକ୍ ଏବଂ ମୋବାଇଲ ପ୍ରଦାନ କରାଯାଇଅଛି।

Leave a Reply

Your email address will not be published. Required fields are marked *