ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର, ୨୪ /୦୧/୨୦୨୪ (ଓଡ଼ିଶା ସମାଚାର)- ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ମ୍ୟୁଜିୟମ ଛକରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡ. ଲେନିନ ମହାନ୍ତି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *