ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସୂଚନା…
ଭୁବନେଶ୍ୱର,୦୯/୦୧/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ରାଜ୍ୟ କ୍ୟାବିନେଟର ୩୪ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

କ୍ୟାବିନେଟ ବୈଠକରେ ମୋଟ ୮ ଟି ବିଭାଗର ୧୧ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ତନ୍ମଧ୍ୟରେ ଶିଳ୍ପ ବିଭାଗ, ଗୃହ ( ସ୍ୱରାଷ୍ଟ୍ର)ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ରାଜସ୍ବ ଆଦି ବିଭାଗ ପ୍ରତ୍ୟେକରୁ ଗୋଟିଏ ଲେଖାଏଁ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ୩ଟି ଏବଂ ଜଳସମ୍ପଦ ବିଭାଗର ୨ ଟି, ଏହିପରି ମୋଟ ୧୧ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଗତ କରାଯାଇ ଆଲୋଚନା ପୂର୍ବକ ସମସ୍ତ ପ୍ରସ୍ତାବ ଅନୁମୋଦନ କରାଯାଇଥିବା ଜଣାଯାଇଛି ।
-0-
ପଠାଣି ରାଉତ ମୁଖ୍ୟ ଶାସନ ସଚିବଙ୍କ ଲୋକସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
