ଭୁବନେଶ୍ୱର, ୧୦/୦୧/୨୦୨୬ (ଓଡ଼ିଶା ସମାଚାର)- ରାଉରକେଲା ରଘୁନାଥପାଲିରେ ଛୋଟ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ବିମାନ ଦୁର୍ଘଟଣା ହେବାରୁ ୬ଜଣ ଆହତ ହୋଇଥିବା ସୂଚନା । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତିରାଉରକେଲାଠାରେ ଘଟିଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛି। ମୁଁ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।
https://x.com/MohanMOdisha/status/2009914340829474907?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E2009914340829474907%7Ctwgr%5E01a976e0d26eb32981e899c138b026bd00f4badf%7Ctwcon%5Es1_&ref_url=https%3A%2F%2Fsamajalive.in%2Fcm-reaction-on-flights-crash%2F705119.html
ବିମାନ ଦୁର୍ଘଟଣା : ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
