କେ.ଏନ୍.ଡି.ଏ ସମ୍ମିଳନୀ କକ୍ଷ, କଳିଙ୍ଗନଗରଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର,୧୨/୦୧/୨୦୨୬ (ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର  କେ.ଏନ୍.ଡି.ଏ ସମ୍ମିଳନୀ କକ୍ଷ କଳିଙ୍ଗନଗରଠାରେ  ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୩୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ  ୨୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୦୨ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।

୨୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ, ଯାଜପୁର ଶ୍ରୀ ତାପସ ରଂଜନ ଦେହୁରୀ,  ତହସିଲଦାର, ବ୍ୟାସନଗର ଶ୍ରୀ ପ୍ରଶାନ୍ତ କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ବିଜୟ କୁମାର ମିଶ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *