କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,୧୨/୦୧/୨୦୨୬ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୬ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧ ଟି, ଆବାସ ପାଇଁ ୧୩ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୬ ଟି, ଭତ୍ତା ପାଇବା ପାଇଁ ୭ ଟି, ପୋଲିସ ସହାୟତା ପାଇଁ ୧୦ ଟି ଏବଂ ଅନ୍ୟାନ୍ୟ ୧୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା।

୬ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର, ଶ୍ରୀ ଜ୍ୟୋତି ଶଙ୍କର ରାୟ, ଅତିରିକ୍ତ ଜିଲ୍ଲାପାଳ, ପାରାଦୀପ,ଶ୍ରୀ ନିରଞ୍ଜନ ବେହେରା,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ , ଉପ ଜିଲ୍ଲାପାଳ,ଜଗତସିଂହପୁର,ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୁଜଙ୍ଗ,ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ,  ତହସିଲଦାର, କୁଜଙ୍ଗ, ଶ୍ରୀ ସ୍ୱରୂପ ନନ୍ଦନ ବେହେରା , ନିର୍ବାହୀ ଅଧିକାରୀ ପୌର ପରିଷଦ, ପାରାଦୀପ, ଶ୍ରୀ ଅଭିଷେକ ପଣ୍ଡା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *