ବାଳିକା ଆତ୍ମରକ୍ଷା କୌଶଳ ଶିବିର ଉଦଯାପିତ

ନିରାକାରପୁର,୨୫/୦୧/୨୦୨୪ (ଓଡ଼ିଶା ସମାଚାର)- ମଳିପଡ଼ାସ୍ଥ କବି ପ୍ରସନ୍ନ ପାଟ୍ଟଶାଣୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷକ୍ଷ କୌଶଳ ଶିବିର ଉଦଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ହୋଇଥିବା ସଭାକୁ ଅଧ୍ୟକ୍ଷ ଶ୍ରୀଯୁକ୍ତ ମିହିର ଚନ୍ଦ୍ର ମହାପାତ୍ର ସଭାପତିତ୍ୱ କରିଥିଲେ । କ୍ରୀଡାଶିକ୍ଷକ ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ରଶିକ୍ଷିକା ସ୍ଵାଗତିକା ପାତ୍ର ଆଠ ଦିନ ଧରି ବାଳିକାମାନଙ୍କୁ ଆତ୍ମରକ୍ଷା କୌଶଳ ସମ୍ବନ୍ଧରେ ତାଲିମ ପ୍ରଦାନ କରିଥିଲେ । ଏହି ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଯୋଗ ଦେଇଥିଲେ । ପରିଶେଷରେ ଶିବିରାର୍ଥୀ ବାଳିକାମାନଙ୍କୁ ପ୍ରମାଣପତ୍ର ଓ ଆତ୍ମରକ୍ଷକ୍ଷ ପୁସ୍ତକ ପ୍ରଦାନ କରାଯାଇଥିଲା । ଅଧ୍ୟାପକ ଶ୍ରୀଯୁକ୍ତ ପ୍ରାଣେଶ୍ୱର ଜୟସିଂହ ମଞ୍ଚ ପରିଚାଳନା କରିଥିଲେ ଓ ଅଧ୍ୟାପକ ଶ୍ରୀଯୁକ୍ତ ଅଶୋକ କୁମାର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *