କେନ୍ଦ୍ରାପଡ଼ା, ୨୫/୦୧/୨୦୨୪ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଂଚାୟତର ସାହାସପୁର ଗ୍ରାମର ସମାଜସେବୀ ଶ୍ରୀବତ୍ସ ଓଝାଙ୍କ ଚତୁର୍ଥ ବାର୍ଷିକ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ତାଙ୍କ ସାହାସପୁରସ୍ଥିତ ବାସଭବନରେ ଗୀତାପାଠ, ନାମସଙ୍କୀର୍ତନ ଓ ଗୋପାଳ ସହସ୍ରନାମ ପଠନ ଅନୁଷ୍ଠିତ ହୋଇଯାଇଛି । ସ୍ମୃତିସଭାରେ ରବୀନ୍ଦ୍ର ନାଥ ପଣ୍ଡା, ହରେକୃଷ୍ଣ ମହାପାତ୍ର, ରବିନ୍ଦ୍ର ନାଥ ମହାପାତ୍ର ,ବୈଷ୍ଣବ ସ୍ୱାଇଁ, ଦିବାକର ଦାସ, ଅନିରୁଦ୍ଧ ନାୟକ, ସମାଜସେବୀ ନିରଞ୍ଜନ ପରିଡାଙ୍କ ସମେତ ସ୍ୱର୍ଗତ ଓଝାଙ୍କ ପରିବାରଜନ ଓ ବନ୍ଧୁବର୍ଗ ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
Related Posts
ମା’ ସମଲେଶ୍ୱରୀ ପୀଠର ବିକାଶ କାର୍ଯ୍ୟ ବିଶ୍ୱସ୍ତରୀୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୦୯/୧୦/୨୦୨୫ (ଓଡ଼ିଶା ସମାଚାର)- ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ମା’ ସମଲେଶ୍ୱରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସମୀକ୍ଷା…
କମାଗୁରୁ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ
ନିରାକାରପୁର, ୧୮/୦୨/୨୦୨୪ (ଓଡ଼ିଶା ସମାଚାର)-ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ କମାଗୁରୁ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମକୁ ସରପଂଚ ସୁନୀତା ଚମ୍ପତି ଆନୁଷ୍ଠାନିକ…
ଗାୟକ ଭୁଷଣ ଗୋପବନ୍ଧୁଙ୍କ ୯୦ତମ ଜୟନ୍ତୀ ଉତ୍ସବ
ଗରଦପୁର,୧୭/୮/୨୦୨୪ (ଓଡ଼ିଶା ସମାଚାର)-କୋରୁଆସ୍ଥିତ କର୍ତେଶ୍ୱର ପିଠରେ ବର୍ଷିଆନ ଗାୟକ ଭୁଷଣ ଗୋପବନ୍ଧୁ ନାଥଙ୍କର ୯୦ତମ ଜନ୍ମ ଉତ୍ସବ ପାଳିତ ହୋଇ ଯାଇଛି । ଆୟୋଜିତ ଉତ୍ସବରେ ପ୍ରାକ୍ତନ…
