ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସାମୁହିକ ‘ବନ୍ଦେ ମାତରମ୍” ଗାନ 

 ଭୁବନ ୧୬/୦୧/୨୦୨୬ (ଓଡ଼ିଶା ସମାଚାର)-  ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟ ଙ୍କ ରଚିତ ରାଷ୍ଟ୍ରୀୟ ସଂଗୀତ “ବନ୍ଦେ ମାତରମ” ର ୧୫୦ ତମ ବାର୍ଷିକୀ ପାଳନ ଅବସରରେ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିଜୁ ପଟ୍ଟନାୟକ ଖେଳ ଭବନ ରେ ସାମୁହିକ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏନ୍ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦତ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ ପ୍ରଭାତ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି,ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାଜଲକ୍ଷ୍ମୀ ଟୁଡୁ ସମ୍ମାନିତ ଅତିଥି ଓ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରାଇବା ଓ ସ୍ୱଦେଶୀ ଜିନିଷ ବ୍ୟବହାର କରିବା ପାଇଁ ସଚେତନ କରିଥିଲେ ।

ଏହି ଅବସରରେ ଆତ୍ମ ନିର୍ଭରଶୀଳ ଭାରତ ସ୍ବଦେଶୀ ସଂକଳ୍ପ ପତ୍ର ଶପଥ ପାଠ କରାଯାଇଥିଲା। ବାଜି ରାଉତ କଲେଜ,ମହିଳା ମହାବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୫ ଶହ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ମାନେ ଯୋଗଦେଇ ସାମୁହିକ ବନ୍ଦେ ମାତରଂ ଗାନ କରିଥିଲେ। ଏନ୍ ଏ ସି କର୍ମଚାରୀ ମାନେ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *