‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୬’ ଉପଲକ୍ଷେ .ୱାକାଥନ୍

ଭୁବନେଶ୍ୱର,୨୧/୦୧/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬  ଉପଲକ୍ଷେ ଆଜି ସକାଳ ୬.୩୦ ମିନିଟ୍ ସମୟରେ ଏକ ସଚେତନତା ପଦଯାତ୍ରା (ୱାକାଥନ) ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନକୁ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

କଳିଙ୍ଗ ଷ୍ଟାଡିୟମ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏହି ସଚେତନତା ପଦଯାତ୍ରା ଆୟୋଜିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରିଥିବା ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମତ୍ସ୍ୟଚାଷ ଓ ପ୍ରାଣିପାଳନର ସମ୍ପର୍କରେ ଜନସଚେତନତା ପାଇଁ ପ୍ଲାକାର୍ଡ ମାଧ୍ୟମରେ ବାର୍ତ୍ତା ବାଣ୍ଟିଥିଲେ ।

ଏହି ୱାକାଥନରେ ମାନ୍ୟବର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାନ୍ୟବର କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ,  ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲାମ, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

-0-

ଆଲୋକ କୁମାର ମହାନ୍ତି ,ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *