ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ଜଗତସିଂହପୁର, ୨୩/୦୧/୨୦୨୬(ଓଡ଼ିଶା ସମାଚାର)-ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ କଲେଜ ଛକ ଠାରେ ଥିବା ସେହି ମହାନ ଜନନାୟକ ଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧା ସୁମନ ଜ୍ଞାପନ କରିଛନ୍ତି। ଏହି ଅବସର ରେ ଜଗତସିଂହପୁର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଷୋୟୀ, ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା ପ୍ରମୁଖ ଉପସ୍ଥିତ ରହି ନେତାଜୀ ଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *