ଫାଇନାଲରେ ଲେବର ସ୍ପୋଟିଂ କ୍ଲବ ଚାନ୍ଦ କ୍ଲବକୁ ଭେଟିବ
କେନ୍ଦ୍ରାପଡା,୨୮/୦୧/୨୦୨୬ (ଓଡ଼ିଶା ସମାଚାର)- ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଂଟ ଗ୍ରୁପ-ବି ର ସେମିଫାଇନାଲ ମ୍ୟାଚ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିିତ ହୋଇଯାଇଛି । ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉସôବରେ ପୂର୍ବତନ କଟକ-ବାରବାଟି ବିଧାୟକ ମହମ୍ମଦ ମୋକିମ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମ୍ୟାଚକୁ ଉଦଘାଟନ କରିଥିଲେ ।
ସମ୍ମାନିତ ଅତିଥି ଭାବେ ପୂର୍ବତନ ନଗରପାଳ ମହମ୍ମଦ ଆକବର ଅଲ୍ଲୀ ଓ ବରିଷ୍ଠ ସାମ୍ବାଦିକ ପରେଶ ଦାସ ପ୍ରମୁଖ ଯୋଗଦେଇଥିଲେ । ଏଥିସହିତ ଅତିଥିମାନେ ଖେଳପଡିଆକୁ ଯାଇ ଉଭୟ ଦଳର ଖେଳାଳୀମାନଙ୍କ ସହ ହାତମିଳାଇ ସେମାନଙ୍କୁ ଶୁଭେଛା ଜଣାଇଥିଲେ । ସେମିଫାଇନାଲ ମ୍ୟାଚରେ କେନ୍ଦ୍ରାପଡାର ଲେବର ସ୍ପୋଟିଂ କ୍ଲବ ୧-୦ ଗୋଲରେ ଓଡିଶା ପୋଲିସ ଦଳକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଏହି ମ୍ୟାଚ୍କୁ ରେଫରୀ ଭାବେ ମାନସ କୁମାର ବିଶ୍ୱାଳ, ସୁକାନ୍ତ ସିଂ, ମହମ୍ମଦ ସାକଲିନ ଅସରଫି, ସେକ ମୁକିମ ପ୍ରମୁଖ ପରିଚାଳନା କରିଥିଲେ ।
ଗୁରୁବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଲେବର ସ୍ପୋଟିଂ କ୍ଲବ ଚାନ୍ଦ କ୍ଲବକୁ ଭେଟିବ । ଅନ୍ୟମାନଙ୍କ ମଧ୍ୟରେ କ୍ଲବର କାର୍ଯ୍ୟକାରୀ ସଭାପତି ମହମ୍ମଦ ନିଆଜ୍, ସାଧାରଣ ସମ୍ପାଦକ ସେକ ସାହାବୁଲ୍ଲା, ଉପସଭାପତି ସେକ ଫରିଦଉଦ୍ଧିନ୍, ସେକ ସଫାତୁଲ୍ଲା, ଇବ୍ରାହିମ ଖାନ୍, ସମିଉଲ୍ଲା ଖାନ୍, ସେକ ବୁରାନଉଲ୍ଲା, ସମ୍ପାଦକ ମୀର ସଲିମ, ମୀର ଜରାର୍, କଲିମ ଖାନ୍, ମୀର ଅବୁସମା, ଆୟାଜ ମହମ୍ମଦ୍, କୋଷାଧ୍ୟକ୍ଷ ସେକ ମୁସ୍ତାକ ଓ ମହମ୍ମଦ ଆଝାରୁଦ୍ଧିନ, ଉପଦେଷ୍ଟା ସୟଦ ଅକମଲ ଅଲ୍ଲୀ, ମାସୁମ ଖାନ୍, ମୀର ସଲାମତ୍, ସଲିମ ଖାନ୍, ଜାହିଦ ଖାନ୍, ମୀର ମହମ୍ମଦ ଅମୀରଙ୍କ ସମେତ ସେକ ଆଦିକ ଇକବାଲ୍, ସମସେର ଅଲ୍ଲୀ ଖାନ୍, ମହମ୍ମଦ ଇମ୍ରାନ୍, ୱାସିମ, ଦିଲୁ ପଣ୍ଡା, ଆଜମଲ ଖାନ୍, ମହମ୍ମଦ ଅଜିଜ୍, ମିରାଜନ୍, ମୋତି ଖାନ୍ ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ ।
