ଭୁବନେଶ୍ୱର,୩୦/୦୧/୨୦୨୬ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ବଜେଟ ଅଧିବେଶନ ଚାଲିବ । ଫେବ୍ରୁଆରୀ ୧୭ରୁ ୨୪ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ମାର୍ଚ୍ଚ ୯ରୁ ଏପ୍ରିଲ୍ ୮ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ।ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନ ଗୃହରେ ରାଜ୍ୟପାଳ ଅଭିଭାଷଣ ରଖିବେ । ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬ । ମାର୍ଚ୍ଚ ୩୧ ତାରିଖ ଦିନ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ।
