ଭୁବନ ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନ,୨୭/୦୧/୨୦୨୪ (ଓଡ଼ିଶା ସମାଚାର)- ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ଥାନୀୟ ନୁଆବଜାର( ବସଷ୍ଟାଣ୍ଡ) ଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ। ଦେଶର ଏକତା ,ଅଖଣ୍ଡତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି କହିଥିଲେ ଯେ,ବିଭିନ୍ନତା ମଧ୍ୟରେ ଏକତା ହେଉଛି ଆମ ଦେଶର ମୂଳମନ୍ତ୍ର । ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ ଏବଂ ଗଣତନ୍ତ୍ର ର ଆତ୍ମା । ନିଜର କର୍ତ୍ତବ୍ୟ କୁ ନିଷ୍ଠାର ସହ ପାଳନ କରି ଆମ ସମ୍ବିଧାନ ର ଗାରିମା ବଜାୟ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟ । ଭୁବନ ଏନ୍ ଏ ସି ଏବେ ଦୃତ ବିକାଶ ପଥରେ ଆଗେଇ ଚାଲିଛି । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଚାଲୁ ରହିଛି । ଆଗାମୀ ୫୦ ବର୍ଷ କୁ ଆଖି ଆଗରେ ରଖି କାର୍ଯ୍ୟ କରା ଯାଉଛି ବୋଲି ନଗର ପାଳ ସୂଚନା ଦେଇଥିଲେ । ଆପଣ ମାନେ ସହଯୋଗ କରନ୍ତୁ ଭୁବନ ଏନ୍ ଏ ସି କୁ ରାଜ୍ୟର ଶ୍ରେଷ୍ଠ ଏନ୍ ଏ ସି ଭାବେ ଗଢି ତୋଳିବା ବୋଲି ମତବ୍ୟକ୍ତ କରିଥିଲେ। ନିର୍ବାହୀ ଅଧିକାରୀ ଅପୂର୍ବ ରଞ୍ଜନ ଆଇଚ,ସମସ୍ତ ବଜାର ସଭାପତି,କାଉନସିଲର ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି  ଉପସ୍ଥିତ ଥିଲେ। ୨୦ ଟି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ପ୍ୟାରେଡ ରେ ଅଂଶ ଗ୍ରହଣ କରିଥିଲେ । କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରାରମ୍ଭ ରେ ନଗରପାଳ କାଳୀ ବଜାର ସ୍ଥିତ ସହିଦ ବାଜି ରାଉତ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଡାକ୍ତରଖାନା ରେ ରୋଗୀ ଙ୍କୁ ଫଳ ବଣ୍ଟନ କରିଥିଲେ । ଭୁବନ ର ସମସ୍ତ ସରକାରୀ,ବେସରକାରୀ କାର୍ଯ୍ୟାଳୟ,ଅନୁଷ୍ଠାନ ରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

Leave a Reply

Your email address will not be published. Required fields are marked *