ବ୍ରହ୍ମପୁର ହଳଦିଆପଦର ସଡ଼କ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି

ଭୁବନେଶ୍ୱର,୩୧/୦୧/୨୦୨୬ (ଓଡ଼ିଶା ସମାଚାର)-  ବ୍ରହ୍ମପୁର ହଳଦିଆପଦର ଓଭର ବ୍ରିଜ୍‌ ନିକଟରେ ୩ଟି ବାଇକ ଉପରେ ଟ୍ରକ ମାଡିଯିବାରୁ ୫ଜଣଙ୍କର ଜବୀନ ଯାଇଛି । ଏହି ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

https://x.com/CMO_Odisha/status/2017519092270567490

Leave a Reply

Your email address will not be published. Required fields are marked *