ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ ରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ଭୁବନେଶ୍ୱର,୦୧/୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମୟୂରଭଞ୍ଜର ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ପରଲୋକ ଘଟିଛି। ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ ଖବର ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ ରେ ଲେଖିଛନ୍ତି : ଆଦିବାସୀ ନେତ୍ରୀ ତଥା ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି

 

https://x.com/MohanMOdisha/status/2018005121763053747

Leave a Reply

Your email address will not be published. Required fields are marked *