ଭୁବନେଶ୍ୱର,୦୩ /୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଦିବାସୀ ମେଳାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ହୋଇଯାଇଛି କ୍ଷୁଦ୍ର ନାଟକ । ଆଜି ଆଦିବାସୀ ମେଳା ମଞ୍ଚରେ କ୍ଷୁଦ୍ର ନାଟକ “ବୀରପୁତ୍ର କୃତ୍ତିବାସ” ପରିବେଷଣ କରାଯାଇଛି ।

ବିପ୍ଲବୀ କୃତ୍ତିବାସ ପାଟ୍ଟଶାଣୀଙ୍କ ଜୀବନ ଓ ଚରିତ୍ରକୁ ନେଇ ରଚିତ ଏହି କ୍ଷୁଦ୍ର ନାଟକ । କୃତିବାସ ପାଟ୍ଟଶାଣୀ ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୮୩୬ ମସିହାରେ ବାଣପୁରରେ ସଶସ୍ତ୍ର ସଂଗ୍ରାମ କରି ତିନି ଦିନ ପାଇଁ ଏହାକୁ ସ୍ୱାଧୀନ କରି ଦେଇଥିଲେ । ବାଣପୁର ପାଇକ ବିଦ୍ରୋହର ସେ ଥିଲେ ନେତା । ପରେ ଆତ୍ମୀୟଙ୍କ ବିଶ୍ୱାସଘାତକତା ଯୋଗୁଁ ତାଙ୍କୁ ଇଂରେଜ ସରକାର ଗିରଫ କରି ଫାସୀ ଦେଇଥିଲେ ।
-0-
ରୋଜାଲିନ୍ ସାହୁ ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ 
