୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୦୩/୦୨/୨୦୨୬ (ଓଡ଼ିଶା ସମାଚାର)- ଆସନ୍ତା ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଓଏମଆର ସିଟ ଓ ପ୍ରଶ୍ନପତ୍ର କଡା ସୁରକ୍ଷା ବଳୟରେ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପହଂଚିଛି । ରାଜ୍ୟର ୩୦୮୨ ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ ହଜାର ୫୧୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ୩୨୨ ଟି ନୋଡାଲ ସେଂଟର ପ୍ରସ୍ତୁତ କରିଛି ବୋର୍ଡ । ନୋଡାଲ ସେଂଟରଗୁଡ଼ିକରେ ପ୍ରଶ୍ନପତ୍ର ଓ ଉତର ଖାତା ସୁରକ୍ଷା ବଳୟରେ ରଖାଯିବ ।ସମସ୍ତ ନୋଡାଲ ସେଂଟରକୁ ଭାଇରାଲ ରେଜିଷ୍ଟାନଓ କରାଯାଇଛି । ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ସଂସ୍କୃତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ଏକା ସମୟରେ ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ । ଗତବର୍ଷ ଭଳି ପ୍ରଶ୍ନପତ୍ରରେ କୁ୍ୟ ଆର କୋଡ଼ ଓ ୱାଟର ମାର୍କ ରଖିଛି ବୋର୍ଡ । ଯାହା ପ୍ରଶ୍ନପତ୍ର ଭାଇରାଲ ହେଲେ ସହଜରେ ଜାଣିହେବ । ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ କମାଣ୍ଡ କଂଟ୍ରୋଲ ରୁମ ହେବ ।

Leave a Reply

Your email address will not be published. Required fields are marked *