“ଆଦର୍ଶ ବିଦ୍ୟାଳୟର ବିଦ୍ୟାର୍ଥୀ ମାନେ ଭବିଷ୍ୟତରେ ଆଦର୍ଶ ବ୍ୟକ୍ତି ହୁଅନ୍ତୁ”
ଭୁବନ ୦୬/୦୨/୨୦୨୬ – ଭୁବନ ସହର ଉପକଣ୍ଠସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ , ପୁରୁଷୋତ୍ତମପୁର ର ଚତୁର୍ଥ ବାର୍ଷିକ ଉତ୍ସବ ( ଡାଇନାଫେଷ୍ଟ୍) ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀମତୀ ରଶ୍ମିପ୍ରଭା ସାହୁ ଙ୍କ ସଭାପତିତ୍ବ ଓ ଶିକ୍ଷୟିତ୍ରୀ ରିତାଞ୍ଜଳି ସାହୁ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କାମାକ୍ଷା ନଗର ବିଧାୟକ ଶ୍ରୀଯୁକ୍ତ ଶତ୍ରୁଘ୍ନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ,ଆଦର୍ଶ ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା ସହିତ ଭବିଷ୍ୟତର ସୁସଂସ୍କୃତ,ସଚେତନ ଓ ସକ୍ଷମ ନାଗରିକ ଗଢି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି ।
ମୁଖ୍ୟବକ୍ତା ଭାବେ ପୁରୀ ଗୋବର୍ଦ୍ଧନ ପୀଠର ଆଦିତ୍ୟ ବାହିନୀ ଅଧ୍ୟକ୍ଷ ପଣ୍ଡିତ ମାତୃ ପ୍ରସାଦ ମିଶ୍ର ଯୋଗଦେଇ କହିଥିଲେ ଯେ ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପ୍ରତ୍ୟେକ ବିଦ୍ୟାର୍ଥୀ ମାନେ ଭବିଷ୍ୟତରେ ଜଣେ ଜଣେ ଆଦର୍ଶ ବ୍ୟକ୍ତି ହୁଅନ୍ତୁ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ,ଏନ୍ ଏ ସି ଉପ ନଗରପାଳ ଶ୍ରୀମତୀ ମାନିନୀ ସାହୁ,ବ୍ଲକ ଉପାଧ୍ୟକ୍ଷ ଶ୍ରୀମତୀ ସରୋଜିନୀ, ଏକତାଳି ସରପଞ୍ଚ ଶ୍ରୀମତୀ ଝିଲିପ୍ରଭା ବେହେରା ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଢେଙ୍କାନାଳ ର ନୋଡାଲ ପ୍ରିନ୍ସପାଲ୍ ପ୍ରଫୁଲ୍ଲ କୁମାର ମହାନ୍ତି ଯୋଗଦେଇଥିଲେ ।
ଅଧ୍ୟକ୍ଷ ରଶ୍ମିପ୍ରଭା ସାହୁ ବାର୍ଷିକ ବିବରଣୀ ପାଠ ମାଧ୍ୟମରେ ବିଦ୍ୟାଳୟର ସଫଳତା ଓ ଅଭାବ ଅସୁବିଧା ସଂପର୍କରେ ଅତିଥି ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । କୃତୀ ବିଦ୍ୟାର୍ଥୀ ମାନଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ଶିବାନୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ ।
