ଭୁବନେଶ୍ୱର,୧୩/୦୨/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)-ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୬ବର୍ଷ ବୟସରେ ଦେହାନ୍ତ ହୋଇଛି। ସ୍ୱର୍ଗତ ଲେଙ୍କା କେନ୍ଦ୍ର ମନ୍ତ୍ରୀ ଏବଂ ପ୍ରଦେଶ କଂଗ୍ରେସ ସଭାପତି ଭାବେ କାର୍ଯ୍ୟ କରିବା ସହିତ ବିଧାୟକ ଭାବରେ ମଧ୍ୟ ନିର୍ବାଚିତ ହୋଇଥିଲେ।
ଜଣେ ଦକ୍ଷ ସାଂସଦ ଓ ବିଧାୟକ ଭାବେ ସେ ବିଧାନସଭାରେ ଲୋକହିତ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନ ଉଠାଇଥିଲେ। ଦଳମତ ନିର୍ବିଶେଷରେ ସମସ୍ତଙ୍କ ମଧ୍ୟରେ ତାଙ୍କ ପ୍ରତି ଗଭୀର ସମ୍ମାନ ରହିଥିଲା। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ , ୧୯୮୮-୯୪ ମସିହା ଯାଏ ରାଜ୍ୟ ସଭା ଏମ୍ପି ଥିଲେ। ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ।ରେଳ କ୍ଷେତ୍ରରେ ଓଡ଼ିଶାର ଉନ୍ନତି ପାଇଁ ତାଙ୍କ ଅବଦାନ ସ୍ମରଣୀୟ ।
