ଭୁବନେଶ୍ୱର,୧୩/୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ କେନ୍ଦ୍ର ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।
ସୋସିଆଲ ମିଡ଼ିଆ ଏକ୍ସ ରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି ଲେଖିଛନ୍ତି : ବରିଷ୍ଠ ନେତା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ସାଂସଦ କାହ୍ନୁ ଚରଣ ଲେଙ୍କାଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଏହି ଦୁଖଃଦ ସମୟରେ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

