BSKY ନବୀନ କାର୍ଡ ଆବେଦନ ଅବଧି ଫେବ୍ରୁଆରୀ ୮ତାରିଖ ଯାଏଁ ବଢ଼ିଲା

ଭୁବନେଶ୍ୱର, ୨୯ /୦୧/୨୦୨୪ (ଓଡ଼ିଶା ସମାଚାର)-  BSKY- ନବୀନ କାର୍ଡ ପଞ୍ଜୀକରଣ ଅବଧି ପୁଣି ବଢିଲା । ଜାନୁଆରୀ ୨୬ରେ BSKY ନବୀନ କାର୍ଡ ଆବେଦନ ଶେଷ ହୋଇଥିଲେ ମଧ୍ୟ ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାର ପୁଣି ଆବେଦନ ଅବଧି ବଢାଇଛନ୍ତି । ଫେବ୍ରୁଆରୀ ୮ତାରିଖ ଯାଏଁ ଆବେଦନ ଅବଧି ବଢାଯାଇଛି। କୌଣସି ବି ଯୋଗ୍ୟ ହିତାଧିକାରୀ ଯେପରି ଏହି କାର୍ଡ ପାଇବାରୁ ବଞ୍ଚିତ ନହେବେ, ତାହାକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

BSKY ନବୀନ କାର୍ଡ ଆବେଦନ ଅବଧି ଦ୍ବିତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଏହାପୂର୍ବରୁ  ଥରେ ଆବେଦନ ତାରିଖ ବୃଦ୍ଧି କରାଯାଇଥିଲା। ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ ଆରମ୍ଭ କରାଯାଇ ଜାନୁୟାରୀ ୧୬ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ଏହାପରେ ଏହି ଅବଧି ବୃଦ୍ଧି କରାଯାଇ ଜାନୁଆରୀ ୨୬ ତାରିଖ ଯାଏଁ ରଖାଯାଇଥିଲା। ତେବେ ପୁଣି ଥରେ BSKY ନବୀନ କାର୍ଡ ଆବେଦନ ତାରିଖକୁ ବୃଦ୍ଧି କରାଯାଇ ଫେବ୍ରୁଆରୀ ୮ତାରିଖ ରଖାଯାଇଛି।

Leave a Reply

Your email address will not be published. Required fields are marked *