ଜିଲା ପ୍ରଶାସନ ପକ୍ଷରୁ ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଯାଜପୁର, ୨୯/୦୧/୨୦୨୪ (ଓଡ଼ିଶା ସମାଚାର)-ଆଜି ପୂର୍ବାହ୍ନରେ ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଊପ-ଜିଲାପାଳ ଶ୍ରୀ ଗୋପୀନାଥ କୁଅଁଁର, ବି.ଡି.ଓ., ଧର୍ମଶାଳା ଶ୍ରୀ ଦେବେନ୍ଦ୍ର ପ୍ରସାଦ ବଳ, ଅତିରିକ୍ତ ତହସିଲଦାର, ଧର୍ମଶାଳା ଶ୍ରୀ ଭବେଶ ମାଝି, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଜାରକା ଇଂ ଜଳନ୍ଧର ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଚଣ୍ଡିଖୋଲ ଇଂ ଅପର୍ତି ବେହେରା, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଏଡିପିଏଚଓ, ଡା. ଶିବ ପ୍ରସାଦ ସାହୁ, ଜିଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶ୍ରୀ ରାଜେସ୍ କୁମାର ସ୍ୱାଇଁ, ବ୍ଳ୍କ ଶିକ୍ଷା ଅଧିକାରୀ, ଧର୍ମଶାଳା ଶ୍ରୀ ନିକୁଂଜ ବିହାରୀ ମହାନ୍ତି, ସହକାରୀ ନିବନ୍ଧକ, ସମବାୟ ସମିତି, ଯାଜପୁର ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସମାଜ ମଙ୍ଗଳ ବିଭାଗ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ସଂଯୁକ୍ତା ଘଡାଇ, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୧୪୫ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୨୯ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକତ୍ିସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୫୦ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୮୩ ଗୋଟି ଅଭିଯୋଗର ଅତିରିକ୍ତ ଜିଲାପାଳ ଶ୍ରୀ ଜେନା ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧୧ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲାର ବିଭିନ୍ନ ବିଭାଗୀୟ ଅଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ଯନ୍ତ୍ରୀ ସମୂହ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *