ଜଗତସିଂହପୁର,୨୩ /୦୨/୨୦୨୬ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୮
ଟି, ଆବାସ ଯୋଜନା ସମ୍ପର୍କୀୟ ୧୧ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୨୮ ଟି, ପୋଲିସ୍ ସହାୟତା ପାଇବା ପାଇଁ ୩ ଟି,ଭତ୍ତା ପାଇବା ପାଇଁ ୧୨ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୧୦ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬ ଟି ଅଭିଯୋଗ ର ତତକାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ , ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ,ଶ୍ରୀ ଦାଶରଥି ଜେନା , ତହସିଲଦାର, ଏରସମା, ସ୍ନିଗ୍ଧା ଶ୍ରଦ୍ଧାଞ୍ଜଳି ବେହେରା ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।
