ଶହୀଦ ଦିବସ ଅବସରରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ

ଜଗତସିଂହପୁର, ୩୦ /୦୧/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମାଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜଗତସିଂହପୁର ଥାନା ପରିସର ଓ ଗାନ୍ଧିଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ପୌରପରିଷଦ ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା, ଦୀପକ ପଟ୍ଟନାୟକ, ପୌର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ଗାନ୍ଧିଜୀ ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Leave a Reply

Your email address will not be published. Required fields are marked *