କେନ୍ଦ୍ରାପଡାରେ ଜିଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୦୯/୦୩/୨୦୨୬ (ଓଡ଼ିଶା ସମାଚାର)-ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା । ପଞ୍ଜିକୃତ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବାକୁ ଜିଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଅବସରରେ ଜିଲାପାଳ ପୂର୍ବ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗଗୁଡିକର ସମୀକ୍ଷା କରିଥିଲେ ।

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଜିଲାପାଳ ରଘୁରାମ ଆର. ଆୟର, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ,ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲାପାଳ ନବକ୍ରିଷ୍ଣ ଜେନା, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ, କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ତହସିଲଦାର କୁଇନ ଜେନା, ଡେପୁଟି କଲେକ୍ଟର ସରୋଜ କୁମାର ବେହେରା (ସାଧାରଣ ଓ ବିବିଧ ବିଭାଗ)ଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ ଲାଇନ ଡିପାର୍ଟମେଂଟର ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ପ୍ରକାଶଥାଉ କି ଆସନ୍ତା ୧୬ ତାରିଖରେ ପଟ୍ଟାମୁଣ୍ଡାଇ, ୨୩ ତାରିଖରେ ରାଜକନିକା ଓ ୩୦ ତାରିଖରେ ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ।

Leave a Reply

Your email address will not be published. Required fields are marked *