ଯାଜପୁରରେ ପି.ଏମ୍ କିଷାନର ୨୨ ତମ କିସ୍ତି ପ୍ରଦାନର ଜିଲ୍ଲାସ୍ତରୀୟ ସମାରୋହ।

ଯାଜପୁର, ୧୩/୦୩/୨୦୨୬ (ଓଡ଼ିଶା ସମାଚାର)-ଆସାମର ଗୌହାଟିରେ ତା ୧୩.୦୩.୨୦୨୬ ରିଖରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ପି.ଏମ କିଷାନର ୨୨ ତମ କିସ୍ତି ଲୋକାର୍ପଣ ଉପଲକ୍ଷେ ତାହାର ସିଧା ପ୍ରସାରଣ ଜିଲ୍ଲାସ୍ତରୀୟ ସମାନ୍ତରାଳ ପି.ଏମ କିଷାନ ଉତ୍ସବ ଦିବସରେ ପ୍ରସାରିତ କରାଯାଇଥିଲା।

ଉକ୍ତ ସମାରୋହ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଭବାନୀ ଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଯାଜପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି।

ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ),ଯାଜପୁର ଶ୍ରୀଯୁକ୍ତ ଶିବାନନ୍ଦ ସ୍ୱାଇଁ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଜିଲ୍ଲାସ୍ତରୀୟ ସମାରୋହକୁ ଉଦଘାଟିତ କରିଥିଲେ। ଯାଜପୁର ଜିଲ୍ଲାର ମୋଟ ୧ ଲକ୍ଷ ୬୧ହଜାର ୫୪୩ ଜଣ କୃଷକ ଏହି ୨୨ ତମ କିସ୍ତିରେ ୨୦୦୦ ହିସାବରେ ପି.ଏମ କିଷାନ ସମ୍ମାନ ନିଧି ସହାୟତା ପ୍ରାପ୍ତ କରିଛନ୍ତି।   ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ରର ଅଧିକାରୀ। ଏହି କାର୍ଯ୍ୟକ୍ରମ ସିଧା ପ୍ରସାରଣର ଆୟୋଜନରେ ସହାୟତା କରିଥଲେ।

ଉକ୍ତ ସଭାରେ ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ରୀ ଜିତେନ୍ଦ୍ର କୁମାର ବିଶ୍ବାଳ, ଅତିରିକ୍ତ ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା. ରଞ୍ଜିତ କୁମାର ସାହୁ,  ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ,ଯାଜପୁର ଶ୍ରୀଯୁକ୍ତ ରାଧେଶ୍ୟାମ ବେହେରା,କୃଷି ଜିଲ୍ଲା ଅଧିକାରୀ, ଯାଜପୁର ଡ. ପୀୟୁଷ ପଲ୍ଲଭ ପରିଡ଼ା, ସମସ୍ତ ବ୍ଲକ୍ ସ୍ତରୀୟ ଓ ଜିଲ୍ଳା ସ୍ତରୀୟ କୃଷି ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ କୁ ଜିଲ୍ଲାର ସମସ୍ତ ବ୍ଲକରୁ  ମୋଟ ୧୦୦ ରୁ ଉର୍ଦ୍ଧ୍ୱ କୃଷକ ଓ କୃଷିଜୀବି ମହିଳାମାନେ ସଳଖ ପ୍ରସାରଣ ରେ ଦେଖିଥିଲେ।

Leave a Reply

Your email address will not be published. Required fields are marked *