୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା
କଟକ,୧୬/୦୩/୨୦୨୬ (ଓଡ଼ିଶା ସମାଚାର)- କଟକ ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପହଞ୍ଚିଛନ୍ତି । ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି।
