ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ , ମୃତକ ଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ CMRF ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
ଘଟଣାସ୍ଥଳକୁ ଯାଇ ବୁଲି ଦେଖିବା ସହ ରୋଗୀଙ୍କ ସମ୍ପର୍କୀୟ ମାନଙ୍କୁ ସମବେଦନା ଜଣାଇଲେ ଓ ଆଶ୍ଵାସନା ଦେଲେ
ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
ଆହତ ଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସୁବିଧା କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬/୦୩/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଅଗ୍ନିକାଣ୍ଡ ରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇ ସି ୟୁ ରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀ ମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

