ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ –

ଜଗତସିଂହପୁର ୨୦/୧୧/୨୦୨୩ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୯୬ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୮୫ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୧୧ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ କାର୍ଡ ସମସ୍ୟା ସଂପର୍କୀୟ ୦୩ଟି,ଆବାସ ଯୋଜନା ସମସ୍ୟା ସଂପର୍କୀୟ ୦୩ଟି,ଜମିଜମା ସମସ୍ୟା ସଂପର୍କୀୟ ୨୫ଟି, ରେଡକ୍ରସ୍ ପାଂଠିରୁ ସହାୟତା ପାଇବା ପାଇଁ ୦୪ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣିରୁ ସହାୟତା ପାଇବା ପାଇଁ ୦୨ଟି, ଭତା ସମସ୍ୟା ସଂପର୍କୀୟ ୧୦ଟି, ପୋଲିସ ସହାୟତା ସଂପର୍କୀୟ୦୫ଟି ଏବଂ ଅନ୍ୟାନ୍ୟ ୨୩ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୦ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି.ଆର୍,ଅତିରିକ୍ତ ଜିଲାପାଳ ଶ୍ରୀ ଲଗ୍ନଜିତ୍ ରାଉତ,ମୁଖ୍ୟ ବିକାଶ-ତଥା- ନିର୍ବାହୀ ଅଧିକାରୀ,ଜିଲା ପରିଷଦ ଶ୍ରୀ ରବିନାରାୟଣ ଜେଠୀ, ଉପ-ଜିଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଆଶୁତୋଷ ମିଶ୍ର, ତହସିଲଦାର, ଜଗତସିଂହପୁର ଶ୍ରୀ ତାରିଣୀ ରଂଜନ ରାୟ, ଜିଲାସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ,ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

Leave a Reply

Your email address will not be published. Required fields are marked *