୪୨ ମୈ।ଜା ଦଧିବାମନପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଉତ୍କଳ ଦିବସ ପାଳନ 

କଟକ ସଦର ୦୧/୦୪/୨୦୨୬ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ୪୨ ମୈ।ଜା ଦଧିବାମନପୁର ଠାରେ ଥିବା ଅଗ୍ରଣୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ବୁଧବାର ଦିନ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ସୂଦର୍ଶନ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ବିଜୟ କୁମାର ସାହୁ ଓ ୪୨ ମୈ।ଜା ସାମ୍ବାଦିକ ସଂଘର ସଭାପତି ବରିଷ୍ଠ ସାମ୍ବାଦିକ ଅନୀଲ କୁମାର ଦାସ ଅତିଥି ଭାବେ ଯୋଗଦେଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ରେ ବରପୁତ୍ର ମାନଙ୍କ ର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ର ସଂପାଦକ ରବୀନ୍ଦ୍ର କୁମାର ଦେବତା,ସହ ସଂପାଦିକା ସୁମିତା ଦେବତା, ପ୍ରଧାନ ଆଚାର୍ଯ୍ୟ ଵିଶ୍ୱରଞ୍ଜନ ତ୍ରିପାଠୀ ଙ୍କ ସମେତ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

Leave a Reply

Your email address will not be published. Required fields are marked *