ଜଗତସିଂହପୁର,୦୬/୦୪/୨୦୨୬ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୨ ଟି,ଆବାସ ଯୋଜନା ସମ୍ପର୍କୀୟ ୮ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୨ ଟି, ପୋଲିସ୍ ସହାୟତା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୮ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୮ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା ।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ପିଲ୍ଲେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସତ୍ୟବ୍ରତ ଦାଶ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ଆଜିଙ୍କ୍ୟ ମାଣେ ,ବ୍ଲକ୍ ଉନ୍ନୟନ ଅଧିକାରୀ,ନାଉଗାଁ, ଶ୍ରୀ ନିରଞ୍ଜନ ପରିଡ଼ା,ତହସିଲଦାର, ନାଉଗାଁ, ଶ୍ରୀ ଅକ୍ଷୟ କୁମାର ବଡୁ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
