୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ

ଭୁବନେଶ୍ୱର,୦୬/୦୪/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ସୋମବାର ୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ ହୋଇଛନ୍ତି। କୁଳାଧିପତି ତଥା ରାଜ୍ୟପାଳ ହରିବାବୁ କମ୍ଭମପାଟି ନୂଆ କୁଳପତି ନିଯୁକ୍ତ କରିଛନ୍ତି ।

ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି। ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକୀର ମୋହନ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ସଞ୍ଜୟ କୁମାର ପାତ୍ର ଧରଣୀଧର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଅସୀମା ସାହୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ପବନ କୁମାର ଅଗ୍ରୱାଲ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଶିବରାମ ତ୍ରିପାଠୀ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ଏମଏସସିବିଡି ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ବିଭୂତି ଭୂଷଣ ମଲିକ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁଳପତି, ପ୍ରଫେସର ଜ୍ୟୋସ୍ନା କେବି ରାଉତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କୁଳପତି। ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି। ପ୍ରଫେସର ହୃଷିକେଶ ସେନାପତି ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ କୁଳପତି। ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ ଓଡିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *