୨୦୨୭ରେ ହେବ ପଂଚାୟତ ନିର୍ବାଚନ !

                                              ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲାପାଳଙ୍କୁ ପଂଚାୟତିରାଜ ବିଭାଗର ଚିଠି
ଭୁବନେଶ୍ୱର,୧୧/୦୪/୨୦୨୬ (ଓଡ଼ିଶା ସମାଚାର)- ୨୦୨୭ରେ ହେବ ପଂଚାୟତ ନିର୍ବାଚନ । ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲାପାଳଙ୍କୁ ପଂଚାୟତିରାଜ ବିଭାଗର ଚିଠି କରାଯାଇଛି । ୱାର୍ଡ ମେମ୍ବର, ସରପଂଚ ଓ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦେଶ ଦିଆଯାଇଛି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଧେଶ ଦେଇଛନ୍ତି ।

ସୂଚନା ଅନୁଯାୟୀ, ୱାର୍ଡ ମେମ୍ବର, ସରପଂଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ କରିବେ । ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ସେହିପରି ଜିଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରିବେ । ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।

ଜିଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ । ପଛୁଆ ବର୍ଗଙ୍କ ପାଇଁ ୨୭ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ । ସୂଚନା ଥାଉକି, ୨୦୨୨ରେ ୫ଟି ପର୍ଯ୍ୟାୟରେ ପଂଚାୟତ ନିର୍ବାଚନ ହୋଇଥିଲା । ୮୫୨ଟି ଜିଲା ପରିଷଦଜୋନ୍ ରୁ ୭୬୬ଟି ଆସନ ଜିତି ବିଜେଡି ବୃହତ୍ ବିଜୟ ହାସଲ କରିଥିଲା । ୩୦ଟି ଜିଲାରେ ପରିଷଦ ଗଠନ କରିଥିଲା । ସେହିପରି ବିଜେପି ଏବଂ କଂଗ୍ରେସ ପ୍ରମୁଖ ବିରୋଧୀ ଦଳ ଭାବେ ବରାବର ଟକ୍କର ଦେଇଥିଲେ ।

Leave a Reply

Your email address will not be published. Required fields are marked *