ବିଜୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ

ଗରଦପୁର,୦୨/୦୨/୨୦୨୪ (ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ା ଠାରେ ପ୍ରତିଷ୍ଠିତ ବିଜୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ –ଓ କାର୍ଯ୍ୟକ୍ରମର ଓଡ଼ିଆ ଭାଷା ଓ ସାହିତ୍ୟ ତଥା ଜଗନ୍ନାଥ ସଂସ୍କୃତି ଭିତିକ ପ୍ରତିଯୋଗିତାର ଆଜି ଉଦଯାପନୀ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି । ଅଧ୍ୟକ୍ଷ ତ୍ରିଲୋଚନ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ତେଣ୍ଡାକୁଡ଼ା ଅଂଚଳର ବିଶିଷ୍ଟ ସମାଜସେବୀ , ରାଜନେତା ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ରବିନ୍ଦ୍ର ନାଥ ମହାନ୍ତି ଯୋଗଦେଇ ଜଗନ୍ନାଥ ଧର୍ମର ବିଶ୍ୱ ବ୍ରାପକତା ଓ ଏହାର ପ୍ରଚାର ପ୍ରସାର ଉପରେ ଆଲୋକପାତ କରିଥିଲେ । ମୁଖ୍ୟ ବକ୍ତା ଭାବରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ସଂସ୍ଥାର ସଂଯୋଜକ ଓ ନୂଆ- ଓ କାର୍ଯ୍ୟକ୍ରମର ସଂଯୋଜକ ତଥା ଶିକ୍ଷା ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ବସନ୍ତକୁମାର ପାତ୍ର ଯୋଗଦେଇ ସରକାରଙ୍କ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବା ସହ ଭଲ ମଣିଷ ହେବାକୁ ପିଲା ମାନଙ୍କୁ ପରାମର୍ଶ ଦେଇ ଅନେକ ଉପାଦେୟ କଥା କହିଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାଂସ୍କୃତିକ କାର୍ଯ୍ୟକ୍ରମର ସଂଯୋଜକ ତଥା ଓଡ଼ିଆ ବିଭାଗର ଅଧ୍ୟାପକ ଉମାକାନ୍ତ ମଲିକ ସ୍ୱାଗତ ଭାଷଣ ଦେବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ବାଣିଜ୍ୟ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ବିଶ୍ୱଜିତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *