ରାଜନଗର, ୧୭/୦୪/୨୦୨୬ (ଓଡ଼ିଶା ସମାଚାର)- ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେଁ ପହିଲାରୁ ବନ୍ଦ ରହିବ । ଏବେ କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ଓ ନାଳମାନଙ୍କରେ କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ମେଁ ପହିଲାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରଖାଯିବା ପାଇଁ ନିର୍ଦ୍ଧେଶ ଜାରି ହୋଇଛି ।

ସୂଚନାଯୋଗ୍ୟ, ମା’ କୁମ୍ଭୀର ଅଣ୍ଡା ଦେଇ ସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ହିଂସ୍ର ହୋଇ ଉଠିଥାଏ । ତେଣୁ ସୁୂରକ୍ଷା ଦୃଷ୍ଟିରୁ ଏହି ସମୟ ମଧ୍ୟରେ ପର୍ଯ୍ୟଟକମାନଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ନଆସିବା ପାଇଁ ବାରଣ କରାଯାଇଛି ।
