ମେ’ ୯ ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଜଗତସିଂହପୁର ୨୦/୦୪/୨୦୨୬ (ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲ୍ଲା ସ୍ତରୀୟ ଓ ତାଲୁକ ସ୍ତରୀୟ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ’ ମାସ ୯ ତାରିଖରେ ସମସ୍ତ ଅଦାଲତ ଏବଂ ସମସ୍ତ ତହସିଲ କାର୍ଯ୍ୟାଳୟ ରେ ଅନୁଷ୍ଠିତ ହେବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମୋକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ଟ୍ରାଫିକ ଚାଲାଣ ମାମଲା, ରାଜସ୍ୱ ମାମଲା, ଶ୍ରମ ବିବାଦ, ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା ଦାବି ସମ୍ବଧୀୟ ଓ ଅନ୍ୟାନ୍ୟ ଦିୱାନୀ ମୋକଦମା ଇତ୍ୟାଦିର ଆପୋସ ସହମତିରେ ସମାଧାନ କରାଯାଇପାରିବ।

କେବଳ ବିଚାରଧିନ ମୋକଦ୍ଦମା ନୁହେଁ ପ୍ରାକ ମୋକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇ ନଥିବା) ବି.ଏସ୍.ଏନ୍.ଏଳ୍ ବିବାଦ, ବ୍ୟାଙ୍କ ଋଣ ବିବାଦ, ସାଲିସ୍ ଯୋଗ୍ୟ ଟ୍ରାଫିକ ଚାଲାଣ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକ ଅଦାଲତରେ ମୋକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ, ଚୁଡାନ୍ତ ଏବଂ ଅମଳ ଯୋଗ୍ୟ । ଯଦି କୌଣସି ବିଚାରଧିନ ମୋକଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ । ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *