ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ ।     

ଢ଼େଙ୍କାନାଳ,୨୧/୦୪/୨୦୨୬ (ଓଡ଼ିଶା ସମାଚାର)-ଆଜି ମଧ୍ୟାହ୍ନରେ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି ।

ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର  ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ  ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ ।

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ  ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published. Required fields are marked *