ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୭ରୁ ସମସ୍ତ ସ୍କୁଲ୍ ବନ୍ଦ

ଭୁବନେଶ୍ୱର,୨୪/୦୪/୨୦୨୬ (ଓଡ଼ିଶା ସମାଚାର)-  ରାଜ୍ୟରେ ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ୍ ବନ୍ଦ ରହିବ। ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

Leave a Reply

Your email address will not be published. Required fields are marked *