ଏରସମା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ୨୭/୦୪/୨୦୨୬ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୭ ଟି, ପୋଲିସ୍ ସହାୟତା ପାଇବା ପାଇଁ ୩ ଟି,ଭତ୍ତା ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୭ ଟି ଅଭିଯୋଗ ର ତତକାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ , ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ,ଶ୍ରୀ ଦାଶରଥି ଜେନା , ତହସିଲଦାର, ଏରସମା, ସ୍ନିଗ୍ଧା ଶ୍ରଦ୍ଧାଞ୍ଜଳି ବେହେରା ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।

Leave a Reply

Your email address will not be published. Required fields are marked *