ଦାନଗଦି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର,୧୧।୦୫।୨୦୨୬ (ଓଡ଼ିଶା ସମାଚାର)-ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଦାନଗଦି ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ମୋଟ ୫୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୦୫ ଗୋଟି, ରେଡକ୍ରସ ସହାୟତା ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା।  ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଯାଜପୁର ଶ୍ରୀ ଶିତିକଣ୍ଠ କାନୁନଗୋ,  ଅତିରିକ୍ତ ଜିଲ୍ଲାପାଳ,  ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ,  ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଦାନଗଦି ଶ୍ରୀ ପ୍ରଦୀପ କୁମାର ସେଠୀ, ତହସିଲଦାର , ଦାନଗଦି  ଶ୍ରୀ ରଞ୍ଜିତ କୁମାର ମଲ୍ଲିକ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *