ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ।

ଜଗତସିଂହପୁର ୦୪/୦୨/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ  ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁଙ୍କ  ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଉପାଧ୍ୟାକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ପୌର ପରିଷଦ ମୁଖ୍ୟ ସହାୟକ,ଦୀପକ ପଟ୍ଟନାୟକ, ଆଇନଜୀବି ନରେଶ ଦାସ,ପୌର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ମଧୁବାବୁ ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Leave a Reply

Your email address will not be published. Required fields are marked *