ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡିଶା ସରକାର -ଏବଂ ଜେ.ଏନ୍‌.ୟୁ ମଧ୍ୟରେ ସ୍ମାରକ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର, ୦୪/୦୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ନୂଆ ଦିଲ୍ଲୀ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆ ଦିଲ୍ଲୀ ମଧ୍ୟରେ ଏକ ବୁଝାମଣା  ପତ୍ର ସ୍ୱାକ୍ଷର ହୋଇଛି ।

ଆଜି  ଲୋକସେବା ଭବନ ଠାରେ ଆୟୋଜିତ ବୁଝାମଣା  ପତ୍ର ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଏବଂ ଜେ.ଏନ୍‌.ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି ।  ଓଡିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା , ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ନିମନ୍ତେ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦ୍ୟେଶ୍ୟ ।

ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା , ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଓଡିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *