ଭୁବନେଶ୍ୱର,୨୦/୦୫/୨୦୨୬(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ୧ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧ଟି, ଆଇନ ବିଭାଗର ୩ଟି, ଶକ୍ତି ବିଭାଗର ୨ଟି, ଏହିପରି ମୋଟ ୬ଟି ବିଭାଗ ର ୧୦ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନସଭା ସ୍ୱତନ୍ତ୍ର ଅଧିବେଶନର ସତ୍ରାବସାନ ସମ୍ପର୍କିତ ଥିଲା ।
-0-
ପଠାଣି ରାଉତ ,ମୁଖ୍ୟ ଶାସନ ସଚିବଙ୍କ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
