କେନ୍ଦୁଝର ରେ କାଳବୈଶାଖୀ ତାଣ୍ଡବ : ୩ ମୃତ , ଅନ୍ୟ ଜଣେ ଗୁରୁତର ଆହତ , ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧/୦୫/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)-କେନ୍ଦୁଝର ଟାଉନ ଥାନା ଅଧୀନ ନରଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । କୌଣସି ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ଟେଣ୍ଟ ପ୍ରବଳ ପବନରେ ଭୁଶୁଡ଼ି ପଡ଼ିଥିଲା । ଏଥିରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏ ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ଉଗଜୠ) ରୁ ₹୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *