ବିଧାନସଭାରେ ‘ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୦୪/୦୨/୨୦୨୪ (ଓଡ଼ିଶା ସମାଚାର)-ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ବିଧାନସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୧୯୪୮ ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଧାନସଭାରେ ଭାଷା ଆଇନ- ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଅଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ । ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଧେଶ୍ୟରେ ସରକାରୀସ୍ତରରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି  । ଏହା ଦ୍ୱାରା ସମସ୍ତ ଭାଷାଭାଷୀ ଅଚଳ ଗୋଟିଏ ସୁତ୍ରରେ ରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି । ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ୱାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି ।

Leave a Reply

Your email address will not be published. Required fields are marked *