ବାଲିଗୁଡା,୩୧/୦୫/୨୬ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରୀଜଗନ୍ନାଥ ପାଇକ ଖଣ୍ଡାୟତ କୁଳ ସମାଜ କନ୍ଧମାଳ ର ନିର୍ଦ୍ଦେଶ କ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ କୁଳ ସମାଜ ଗଠନ ପାଇଁ ପ୍ରଥମ ବୈଠକ ସ୍ଥାନୀୟ ମାଁ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣ ରେ ମୃତ୍ୟୁଞ୍ଜୟ ପ୍ରଧାନୀ ଙ୍କ ଆବାହନ କ୍ରମେ ଜିଲ୍ଳା ସମ୍ପାଦକ ଶ୍ରୀକାନ୍ତ ଦଳ ବେହେରା ଙ୍କ ଉପସ୍ଥିତି ରେ କୁଳ ସମାଜ ର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥ ଙ୍କ ଫୋଟ ଚିତ୍ରରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଅନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ । ବାଲିଗୁଡା ସହର ର ଶତାଧିକ ପାଇକ ଖଣ୍ଡାୟତ ଭାଇ ଙ୍କ ଉପସ୍ଥିତ ରେ ଆୟୋଜିତ ଉକ୍ତ ସଭାରେ ସମ୍ପାଦକ ଶ୍ରୀକାନ୍ତ ଦଳ ବେହେରା ନିଜ ବକ୍ତବ୍ୟ ରେ ଯୁବଶକ୍ତି କୁ ସଂସ୍କାର ଶିକ୍ଷା, ନାରୀ ଶିକ୍ଷା,ପାରିବାରିକ ସର୍ଭେ ସମ୍ବନ୍ଧରେ ଆଲୋଚନା କରି ବୁଝାଇଥିଲେ । ଆଗାମୀ ଜୁନ୍ ୧୦ ତାରିଖ ରେ ନୂତନ କମିଟି ଗଠନ ସହ କାର୍ଯ୍ୟକର୍ତ୍ତା ଚୟନ ପ୍ରକ୍ରିୟା ଓ ଜୁନ ମାସ ଶେଷ ସପ୍ତାହ ରେ ବାରଖମାରେ ପାଇକ ଖଣ୍ଡାୟତର ଏକ ମହା ସମ୍ମିଳନୀ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି ।
