ନେମାଳ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଦେବସ୍ନାନ ପୂର୍ଣ୍ଣିମାରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କୁ ନିମନ୍ତ୍ରଣ କଲେ ବିଧାୟକ ପ୍ରକାଶ ସେଠୀ 

କଟକ ସଦର (ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ନେମାଳ ପଦ୍ମବନ ପୀଠ ରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବରେ ଯୋଗଦାନ କରିବାକୁ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଆଜି ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରିଥିବା ଜଣାଯାଇଛି। ଉକ୍ତ ଆଧ୍ୟାତ୍ମିକ ମହୋତ୍ସବରେ ଯୋଗଦାନ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ବେଳେ ଏଥିପାଇଁ ନେମାଳ ସହିତ କଟକ ସଦର ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

Leave a Reply

Your email address will not be published. Required fields are marked *